fbpx

ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ ହେବା ପ୍ରସଙ୍ଗକୁ ନେଇ ସଞ୍ଜୟଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର, ୨୬ା୧୨(ଓଡ଼ିଶା ଭାସ୍କର): ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ହେବା ପ୍ରସଙ୍ଗକୁ ନେଇ ବିଜେଡ଼ି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଜନସାଧାରଣଙ୍କ ସ୍ୱାର୍ଥ ଗୁରୁତ୍ୱପୂର୍ଣ୍ଣ । ଏହା ଉପରେ ଅଧିକ ତର୍କବିତର୍କ କରାନଯାଉ । ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ହେବ କି ନାହିଁ ସରକାର ନିଷ୍ପତ୍ତି ନେବେ । ଏନେଇ କେନ୍ଦ୍ର ସରକାରଙ୍କର ମଧ୍ୟ କିଛି ଦାୟିତ୍ୱ ରହିଛି । ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ ।

Get real time updates directly on you device, subscribe now.