fbpx

ଗୋଟିଏ ଦିନରେ ୭୭,୨୬୬ ଆକ୍ରାନ୍ତ ଚିହ୍ନଟ ଓ ୧୦୫୭ ଜଣ ମୃତ

ନୂଆଦିଲ୍ଲୀ, ୨୮ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୭୭,୨୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୫୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩,୮୭,୫୦୧ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୬୧,୫୨୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୨୫,୮୩,୯୪୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭,୪୨,୦୨୩ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ସେହିପରି ଦିନକରେ ମହାରାଷ୍ଟ୍ରରେ ସର୍ବାଧିକ ୩୫୫, କର୍ଣ୍ଣାଟକରେ ୧୪୧, ତାମିଲନାଡ଼ୁରେ ୧୦୯ ଓ ଆନ୍ଧ୍ର ପ୍ରଦେଶରେ ୯୨ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.