ରାଜ୍ୟରେ ୧୦ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୩୧ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ କନ୍ଧମାଳରେ ୩ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ନୟାଗଡ, ରାୟଗଡା ଓ ସୁନ୍ଦରଗଡରେ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।