fbpx

ପରଲୋକରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ, ୩୧ା୮: ପରଲୋକରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ତାଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇଛନ୍ତି ପୁଅ ଅଭିଜିତ ମୁଖାର୍ଜୀ । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା । ସେ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଫୁସଫୁସ୍ ସଂକ୍ରମଣରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହେଉଥିଲେ । ୨୦୧୨ରୁ ୨୦୧୭ ଯାଏଁ ରାଷ୍ଟ୍ରପତି ପଦରେ ଥିଲେ ।

୧୯୬୯ମସିହାରେ ପ୍ରଥମ ଥର ପାଇଁ ରାଜ୍ୟସଭା ସାଂସଦ ସେ ହୋଇଥିଲେ । ୧୯୬୯ରୁ ୨୦୦୨ ପର୍ଯ୍ୟନ୍ତ ସଂସଦର ଉଚ୍ଚସଦନକୁ ନିର୍ବାଚିତ ହୋଇଥିଲେ । ସେହିପରି ୨୦୦୪- ୧୨ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ରୁ ୮୪ ରାଜ୍ୟସଭା ନେତା ଭାବେ ଦାୟିତ୍ୱ ତୁଲାଇଥିଲେ । ୧୯୯୧ରୁ ୯୬ ପ୍ଲାନିଂ କମିଶନ ଉପାଧ୍ୟକ୍ଷ ଥିଲେ । ଏହାସହ ୨୦୦୬-୦୯, ୧୯୯୫-୯୬ ଦୁଇ ଥର ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ୨୦୦୪-୦୬ ପ୍ରତି ରକ୍ଷାମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ୨୦୦୯-୧୨, ୧୯୮୨-୮୪ ଦୁଇଥର ଅର୍ଥମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ ପ୍ରଣବ ।

Get real time updates directly on you device, subscribe now.