ଭୁବନେଶ୍ୱର, ୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଯାଜପୁର ବରୀ ବିଧାୟିକା ସୁନନ୍ଦା ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ସୁନନ୍ଦା ଦାସ ଅନୁରୋଧ କରିଛନ୍ତ । ଏବେ ସୁଦ୍ଧା ୧୪ବିଧାୟକ ଓ ୨ ସାଂସଦ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।
I have tested Covid positive.
Now I am in home isolation and stable.
Those who have come in contact with me in the last few days are requested to get themselves tested if required.— ?? SUNANDA DAS (@BARI_MLA) September 1, 2020