fbpx

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝିଙ୍କୁ କରୋନା

ଭୁବନେଶ୍ୱର, ୪ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ, ସାଂସଦଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ରମେଶ ଅନୁରୋଧ କରିଛନ୍ତି ।

 

Get real time updates directly on you device, subscribe now.