fbpx

ରାଜ୍ୟରେ ଆଜି ଆଉ ୭ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୫।୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବଲାଙ୍ଗୀର, କଟକ, ଗଞ୍ଜାମ,ଭୁବନେଶ୍ୱର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.