fbpx

ଭୁବନେଶ୍ୱରରୁ ଆଜି ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୮ା୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୭୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୫ ଓ ସ୍ଥାନୀୟ ଅଞ୍ଚଳରୁ ୨୩୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୨୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୦୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୯୪୯ ଜଣ ସୁସ୍ଥ ହୋଇଛନ୍ତି ଓ ୫୦ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୦୫୩ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

 

Get real time updates directly on you device, subscribe now.