ଭୁବନେଶ୍ୱର, ୯ା୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୪୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୨୩୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୨୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୪୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୩୫୦ ଜଣ ସୁସ୍ଥ ହୋଇଛନ୍ତି ଓ ୫୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୦୭୭ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 9th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/rmHWTnwFUf— BMC (@bmcbbsr) September 9, 2020