fbpx

ବିଗିଡ଼ିଲା ସ୍ୱାସ୍ଥ୍ୟବସ୍ଥା, କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ

ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ ଦିଆନ । ତାଙ୍କ ସ୍ୱାମୀ ମଧ୍ୟ କୋଭିଡ଼ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଗତ ୧୦ ତାରିଖ ଦିନ କରୋନା ସଂକ୍ରମଣ ହେବା ପରେ ସେମାନେ ଘରୋଇ ସଙ୍ଗରୋଧରେ ରହୁଥିଲେ । କିନ୍ତୁ ନିଃଶ୍ୱାସ ପ୍ରଶ୍ୱାସରେ କଷ୍ଟ ଯୋଗୁଁ ଜୟପୁର କୋଭିଡ଼ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ଘରୋଇ ଆଇସୋଲେସନରେ ରହିବା ପରେ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ନହେବାରୁ ତାଙ୍କୁ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

Get real time updates directly on you device, subscribe now.