fbpx

ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୬୪୫ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୧୫ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୬୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୫୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୧୭ ଓ କଟକରୁ ୩୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.