fbpx

ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର, ୧୬ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି।

ଉଲ୍ଲେଖନୀୟ ଯେ, ଏହା ପୂର୍ବରୁ ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ତାଙ୍କ ପତ୍ନୀ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା ଦାସ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ପ୍ରମୁଖ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ସାରିଛନ୍ତି।

Get real time updates directly on you device, subscribe now.