fbpx

ଭୁବନେଶ୍ୱରରୁ ନୂଆ ୩୦୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୮ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୧୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୭ ହଜାର ୯୨୫ କୁ ବୃଦ୍ଧି ପାଇଛି ।


ମୋଟ ୧୭,୯୨୫ ପଜିଟିଭ ମଧ୍ୟରୁ ୬୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୩,୬୩୧ ଜଣ ସୁସ୍ଥ ଓ ୪,୨୧୨ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.