fbpx

ଖୁସି ଖବର: ରାଜ୍ୟରେ ଆଜି ୪୦୯୦ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୯ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୦୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୪୧,୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ପୁରୀରୁ ୪୧୨, କଟକରୁ ୩୭୧, ବରଗଡରୁ ୧୬୯, ନବରଙ୍ଗପୁରରୁ ୧୬୯,ସୁନ୍ଦରଗଡରୁ ୧୫୫, କେନ୍ଦ୍ରପଡା ଓ ରାୟଗଡାରୁ ୧୪୫ ଜଣ ଲେଖାଏଁ, ଯାଜପୁରରୁ ୧୩୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.