fbpx

ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ଜିଲ୍ଲାକୁ ରେଡ଼୍ ୱାର୍ଣ୍ଣିଂ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, ୨୦ା୯(ଓଡ଼ିଶା ଭାସ୍କର): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୫ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ଜିଲ୍ଲା ଗୁଡ଼ିକ ଯାଜପୁର, ଭଦ୍ରକ, ଜଗତସିଂହପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା । ସେହିପରି ୧୦ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ଜିଲ୍ଲା ଗୁଡ଼ିକ ମୟୁରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି, ସୋନପୁର ଓ ବଲାଙ୍ଗିର ।

ଆସନ୍ତାକାଲି ପାଇଁ ୭ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଓ ୫ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୪ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଓ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି ।

 

Get real time updates directly on you device, subscribe now.