fbpx

ଦିନକରେ ୮୬ ହଜାର ୯୬୧ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୮୭ ହଜାର ୮୮୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୮୬ ହଜାର ୯୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଲକ୍ଷ ୮୭ ହଜାର ୫୮୧କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୧୦ ଲକ୍ଷ ୦୩ ହଜାର ୨୯୯ ଜଣ ଚିକିତ୍ସିତ ହେଉଥିବା ବେଳେ ୪୩ ଲକ୍ଷ ୯୬ ହଜାର ୩୯୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.