fbpx

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪ ।୯(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୪୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୦ ଓ ସ୍ଥାନୀୟ ଅଞ୍ଚଳରୁ ୨୨୯ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୭୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୯୮୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୧୧୯ ଜଣ ସୁସ୍ଥ ହୋଇଛନ୍ତି ଓ ୭୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୬୮୩ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.