fbpx

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯୯ହଜାର ୭୭୩କୁ ବୃଦ୍ଧି

ନୂଆଦିଲ୍ଲୀ,୨ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୯୯ହଜାର ୭୭୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୮୧ ହଜାର ୪୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୯୪ ହଜାର ୦୬୯କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ଲକ୍ଷ ୪୨ ହଜାର ୨୧୭ ଜଣ ଚିକିତ୍ସିତ ହେଉଥିବା ବେଳେ ୫୩ ଲକ୍ଷ ୫୨ ହଜାର ୦୭୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.