fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ୩୧୨ ପଜିଟିଭ୍ , ୩୨୯ ସୁସ୍ଥ 

ଭୁବନେଶ୍ୱର, ୨ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି  । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୧୨କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି  । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୮ ଓ ସ୍ଥାନୀୟ ଅଞ୍ଚଳରୁ ୨୫୪ଜଣ ଚିହ୍ନଟ ହୋଇଛନ୍ତି  । ଏହାସହ ଆଜି ୩୨୯ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି  । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୫୪୭ କୁ ବୃଦ୍ଧି ପାଇଛି ।

ମୋଟ ୨୨ ହଜାର ୫୪୭ ପଜିଟିଭ ମଧ୍ୟରୁ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୮ ହଜାର,୯୧୪ ଜଣ ସୁସ୍ଥ ଓ ୩,୫୧୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି  ।

Get real time updates directly on you device, subscribe now.