fbpx

ଦେଶରେ କରୋନା ମୃତ୍ୟୁ ଲକ୍ଷେ ଟପିଲା

ନୂଆଦିଲ୍ଲୀ,୩ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ଟପିଛି । ବର୍ତ୍ତମାନ ଦେଶରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୪୨ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୯ ହଜାର ୪୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪ ଲକ୍ଷ ୭୩ ହଜାର ୫୪୪ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ଲକ୍ଷ ୪୪ ହଜାର ୯୯୬ ଜଣ ଚିକିତ୍ସିତ ହେଉଥିବା ବେଳେ ୫୪ ଲକ୍ଷ ୨୭ ହଜାର ୭୦୬ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.