fbpx

୭ ଯାଏଁ ୟେଲୋ ୱାର୍ଣ୍ଣିଂ! ପ୍ରବଳ ଛେଚିବ

ଭୁବନେଶ୍ୱର,୪ ।୧୦(ଓଡିଶା ଭାସ୍କର): ରାଜ୍ୟର ବିଭିନ୍ନ ସ୍ଥାନରେ ଅକ୍ଟୋବର ୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ରୁ ୫ ତାରିଖ ଯାଏଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୧୬ଟି ଜିଲ୍ଲା ଯଥା- ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଢେଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା , ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୫ରୁ ୬ ଅକ୍ଟୋବର ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ୧୨ ଜିଲ୍ଲା ଯଥା- ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଞ୍ଜାମ, ନୂଆପଡା, କନ୍ଧମାଳ, ବଲାଙ୍ଗୀର, ବରଗଡ, ସମ୍ବଲପୁର, ସୋନପୁର, ଅନୁଗୁଳ, କେନ୍ଦୁଝରରେ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି ।

ସେହିପରି ୬ରୁ ୭ ଅକ୍ଟୋବର ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.