ରାଜ୍ୟରେ ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୬ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୩, କଟକରୁ ୨, ଅନୁଗୁଳ, ବୌଦ୍ଧ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।