fbpx

ଗୋଟିଏ ଦିନରେ ଚାଲିଗଲା ୯୭୧ ଜୀବନ

ନୂଆଦିଲ୍ଲୀ,୮ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ସଂକ୍ରମଣ । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୦୫ ହଜାର ୫୨୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୮ ହଜାର ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ଲକ୍ଷ ୫୭ ହଜାର ୧୩୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ ଲକ୍ଷ ୦୨ ହଜାର ୪୨୫ ଜଣ ଚିକିତ୍ସିତ ହେଉଥିବା ବେଳେ ୫୮ ଲକ୍ଷ ୨୭ ହଜାର ୭୦୪ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.