fbpx

କାଲି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର,୮ ।୧୦(ଓଡିଶା ଭାସ୍କର): ଉତ୍ତର ଆଣ୍ଡାମାନ ସାଗରରେ ଆସନ୍ତକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହି ଲଘୁଚାପ ଓଡିଶା ଓ ଉତ୍ତର ଆନ୍ଧ୍ର ଆଡକୁ ମୁହାଁଇବ । ୧୦ରୁ ୧୧ ତାରିଖ ବେଳକୁ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା ଓ କର୍ଣ୍ଣାଟକର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୧ରୁ ୧୩ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Get real time updates directly on you device, subscribe now.