fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬ ହଜାର ୪୯୦କୁ ବୃଦ୍ଧି

ନୂଆଦିଲ୍ଲୀ,୯ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ସଂକ୍ରମଣ । ଦେଶରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬ ହଜାର ୪୯୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦ ହଜାର ୪୯୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୬୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯ ଲକ୍ଷ ୬ ହଜାର ୧୫୧କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୮ ଲକ୍ଷ ୯୩ ହଜାର ୫୯୨ ଜଣ ଚିକିତ୍ସିତ ହେଉଥିବା ବେଳେ ୫୯ ଲକ୍ଷ ୬ ହଜାର ୬୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.