fbpx

ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ବାଲେଶ୍ୱର,୯ ।୧୦(ଓଡିଶା ଭାସ୍କର): ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ବାଜିଲା ନିର୍ବାଚନ ବିଗୁଲ୍ । ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଅକ୍ଟୋବର ୧୬ ଯାଏ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ଥିବା ବେଳେ ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ପଡ଼ିବ ଭୋଟ୍ ।

Get real time updates directly on you device, subscribe now.