fbpx

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୯୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୯ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୯୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୧ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୮୩ ଓ କଟକରୁ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୦୭, ବାଲେଶ୍ୱରରୁ ୧୧୫, ନୂଆପଡାରୁ ୧୫୩, ସମ୍ବଲପୁରରୁ ୧୦୭, ସୁନ୍ଦରଗଡରୁ ୧୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.