ଭୁବନେଶ୍ୱର, ୯ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱରରୁ ୩, ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନୟାଗଡ ଓ ସୁବଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।