fbpx

୧୮ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦ ।୧୦(ଓଡିଶା ଭାସ୍କର):ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି । ୱେଲ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି ।ଚଳିତ ମାସ ଶେଷ ସପ୍ତାହରେ ମୌସୁମୀ ଓଡ଼ିଶା ଛାଡ଼ିବ ବୋଲି ଅନୁମାନ କରାଯାଉଛି। ୧୮ ତାରିଖରେ ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ କି ନାହିଁ ତାହା ଆସନ୍ତା ୧୩ ତାରିଖ ବେଳକୁ ଜଣାପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।

Get real time updates directly on you device, subscribe now.