fbpx

ରାଜ୍ୟରେ ୧୮ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୨ ।୧୦ (ଓଡିଶା ଭାସ୍କର): ରାଜ୍ୟରେ ଆଜି ୨୪୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି କଟକରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱରରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାଛଡ଼ା ଭୁବନେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା, ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.