fbpx

ରାଜ୍ୟରେ ୧୪ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୨୦୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୟୁରଭଞ୍ଜ, ଢେଙ୍କାନାଳ, ପୁରୀ, କନ୍ଧମାଳ, ବଲାଙ୍ଗୀର ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.