fbpx

ଭୁବନେଶ୍ୱରୁ ପୁଣି ବାହାରିଲେ ୨୩୩ ପଜିଟିଭ୍

ଭୁବନେଶ୍ୱର,୧୮ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୧ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୨୨୮ କୁ ବୃଦ୍ଧି ପାଇଛି ।

ମୋଟ ୨୭ ହଜାର ୨୨୮ ପଜିଟିଭ ମଧ୍ୟରୁ ୧୩୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୪ ହଜାର ୧୪୩ ଜଣ ସୁସ୍ଥ ଓ ୨,୯୨୭ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.