fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ୨୧୩ ପଜିଟିଭ୍

ଭୁବନେଶ୍ୱର,୧୯ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୪୪୧ କୁ ବୃଦ୍ଧି ପାଇଛି ।

ମୋଟ ୨୭ ହଜାର ୪୪୧ ପଜିଟିଭ ମଧ୍ୟରୁ ୧୩୪୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୪ ହଜାର ୪୦ ଜଣ ସୁସ୍ଥ ଓ ୨,୮୩୦ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.