fbpx

ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା

ପୁରୀ, ୨୯ ।୧୦(ଓଡିଶା ଭାସ୍କର): କାର୍ତ୍ତିକ ମାସ ପାଇଁ ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ଯଥା ସମ୍ଭବ ହବିଷ୍ୟାଳୀ ଘରୁ ବାହାରନ୍ତୁ ନାହିଁ ବୋଲି କୁହାଯାଇଛି । କଟକଣା ଅନୁସାରେ, ଅତିଆବଶ୍ୟକ ନହେଲେ କାର୍ତ୍ତିକ ବ୍ରତ ପାଇଁ ପୁରୀ ଆସନ୍ତୁ ନାହିଁ । ହବିଷ୍ୟାଳୀଙ୍କୁ ନଆସିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଯିଏ ଆସୁଛନ୍ତି ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଉଛି ।

Get real time updates directly on you device, subscribe now.