fbpx

ରାଜ୍ୟର ୩ ଲକ୍ଷ ଛୁଇଁଲା ପଜିଟିଭ ସଂଖ୍ୟା, ଜାଣନ୍ତୁ ଆଜି କେତେ ?

ଭୁବନେଶ୍ୱର,୭।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୩୭୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୭୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୦,୧୪୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୫ ଓ କଟକରୁ ୧୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.