fbpx

ରାଜ୍ୟରେ ୧୪୦୦ ଟପିଲା ମୃତ୍ୟୁ ସଂଖ୍ୟା: ଆଜି ଚାଲିଗଲା ୧୭ ଜୀବନ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ମୟୁରଭଞ୍ଜ, ସମ୍ବଲପୁର, କଟକ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.