fbpx

ଭୁବନେଶ୍ୱରରୁ ଆଜି ୬୪ ପଜିଟିଭ ଚିହ୍ନଟ, ୮୭ ସୁସ୍ଥ

ଭୁବନେଶ୍ୱର,୭।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ ସ୍ଥାନୀୟ ଅଞ୍ଚଳରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୮୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୬୪୭ କୁ ବୃଦ୍ଧି ପାଇଛି ।

 

ମୋଟ ୨୯ ହଜାର ୬୪୭ ପଜିଟିଭ ମଧ୍ୟରୁ ୧୭୯ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୮ ହଜାର ୫୭୩ ଜଣ ସୁସ୍ଥ ଓ ୮୭୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.