fbpx

ପରଲୋକରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର

କଟକ,୭ ।: ଓଡିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍ ଆସୋସିଏସନର ପୂର୍ବତନ ସଭାପତି ଅଶୋକ କୁମାର ମହାପାତ୍ରଙ୍କର ଆଜି ପରଲୋକ ଘଟିଛିି । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ପୂର୍ବରୁ କରୋନାରେ ସଂକ୍ରମିତ ହୋଇଥିଲେ ମଧ୍ୟ କରୋନାରୁ ଆରୋଗ୍ୟଲାଭ କରି ନିଜ ବାସଭବନକୁ ଫେରି ଆସିଥିଲେ ।

ପରେ ଏଇ ଗତ କିଛି ଦିନ ହେବ ସେ ଆଉଥରେ ଅସୁସ୍ଥ ହୋଇଥିବାରୁ ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । କିନ୍ତୁ ଆଜି ପୂର୍ବାହ୍ନ ୧୨ ସମୟରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପୁଅ ଆଲୋକ ମହାପାତ୍ର ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.