fbpx

ରାଜ୍ୟରେ ହଜାରେ ତଳକୁ ଖସିଲା ପଜିଟିଭ ସଂଖ୍ୟା: ଆଜି ୯୮୭ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୦।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୯୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୭୮୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଅନୁଗୁଳରୁ ୮୬, କଟକରୁ ୮୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.