fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୩ ଜୀବନ ନେଲା କରୋନା

ଭୁବନେଶ୍ୱର,୧୦ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ମୟୁରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ରୁ ୨ ଜଣ , ବାଲେଶ୍ୱର, ବରଗଡ଼, ଖୋର୍ଦ୍ଧା, ଭୁବନେଶ୍ୱର, କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.