fbpx

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧,୨୮,୧୨୧କୁ ବୃଦ୍ଧି

ନୂଆଦିଲ୍ଲୀ,୧୨।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୮ ହଜାର ୧୨୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୯୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୫୦ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ଲକ୍ଷ ୮୩ ହଜାର ୯୧୭କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୮୯ ହଜାର ୨୯୪ ଜଣ ଚିକିତ୍ସିତ ହେଉଥିବା ବେଳେ ୮୦ ଲକ୍ଷ ୬୬ ହଜାର ୫୦୨ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.