fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ ଓ ନୂଆପଡ଼ାରୁ ୨ ଜଣ ଲେଖାଏଁ , ବରଗଡ଼, ବାଲେଶ୍ୱର, କଟକ, କଳାହାଣ୍ଡି, କେନ୍ଦ୍ରାପଡା, ମୟୁରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.