fbpx

୨୪ ଘଣ୍ଟାରେ ଚାଲିଗଲା ୫୮୫ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୧୯।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୧ ହଜାର ୫୭୮ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୫୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଲକ୍ଷ ୫୮ ହଜାର ୪୮୩ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୪୩ ହଜାର ୩୦୩ ଜଣ ଚିକିତ୍ସିତ ହେଉଥିବା ବେଳେ ୮୩ ଲକ୍ଷ ୮୩ ହଜାର ୬୦୨ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.