fbpx

୨୪ ଘଣ୍ଟା ମଧ୍ୟରେ ଚାଲିଗଲା ୫୧୧ଜଣଙ୍କ ଜୀବନ

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୩ ହଜାର ୭୩୮ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୮୬୫କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୪୩ ହଜାର ୪୮୬ ଜଣ ଚିକିତ୍ସିତ ହେଉଥିବା ବେଳେ ୮୫ ଲକ୍ଷ ୬୨ ହଜାର ୬୪୧ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.