ଭୁବନେଶ୍ୱର,୨୫।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୭୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୩, ଅନୁଗୁଳ, ଭୁବନେଶ୍ୱର, କଟକ, ବରଗଡ଼, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।