fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୫ ହଜାର ୭୧୫କୁ ବୃଦ୍ଧି

ନୂଆଦିଲ୍ଲୀ,୨୬।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୫ ହଜାର ୭୧୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୦୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ଲକ୍ଷ ୦୯ ହଜାର ୭୮୭ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୫୫ ହଜାର ୫୫୫ ଜଣ ଚିକିତ୍ସିତ ହେଉଥିବା ବେଳେ ୮୭ ଲକ୍ଷ ୧୮ ହଜାର ୫୧୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.