fbpx

ଦିନକରେ ଚାଲିଗଲା ୩୯୧ ଜୀବନ

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୦ ହଜାର ୫୭୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨ ହଜାର ୯୮୧ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୭୭ ହଜାର ୨୦୩ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୩ ଲକ୍ଷ ୯୬ ହଜାର ୭୨୯ ଜଣ ଚିକିତ୍ସିତ ହେଉଥିବା ବେଳେ ୯୧ ଲକ୍ଷ ୩୯ ହଜାର ୯୦୧ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.