fbpx

୨୪ ଘଣ୍ଟାରେ ୩୫୪ କରୋନା ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ, ୧୪।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୩ ହଜାର ୭୦୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ହଜାର ୦୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୦୬ ହଜାର ୧୬୫କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୩ ଲକ୍ଷ ୩୯ ହଜାର ୮୨୦ଜଣ ଚିକିତ୍ସିତ ହେଉଥିବା ବେଳେ ୯୪ ଲକ୍ଷ ୨୨ ହଜାର ୬୩୬ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.