ନୂଆଦିଲ୍ଲୀ, ୨୮ା୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ହଜାର ୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୯୦୧କୁ ବୃଦ୍ଧି ପାଇଛି ।
ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୨ ଲକ୍ଷ ୭ ହଜାର ୮୭୧କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୯୭ ଲକ୍ଷ ୮୨ ହଜାର ୬୬୯ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ୨ ଲକ୍ଷ ୭୭ ହଜାର ୩୦୧ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।