ଦେଶରେ ୨୫୨ ମୃତ, ୧୬ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୯ା୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୫୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬ ହଜାର ୪୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୮ ହଜାର ୧୫୩କୁ ବୃଦ୍ଧି ପାଇଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୨ ଲକ୍ଷ ୨୪ ହଜାର ୩୦୩କୁ ବୃଦ୍ଧି ପାଇଛି । ସକ୍ରିୟ ଆକ୍ରାନ୍ତ ୨ ଲକ୍ଷ ୬୮ ହଜାର ୫୮୧ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୯୮ ଲକ୍ଷ ୭ ହଜାର ୫୬୯ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।